Masthead

ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା । ୨୪ ତାରିଖ ମଧ୍ୟ ରାତିରେ ଏହା ଓଡ଼ିଶା ଉପକୂଳ ଛୁଇଁପାରେ । ଆଇଏମଡି ଆକଳନ ଅନୁସାରେ ଭୁବନେଶ୍ୱର ବାତ୍ୟା ପ୍ରଭାବିତ ଅଞ୍ଚଳରେ ଆସୁଛି । ସବୁଠୁ ବେଶୀ ଭୟ ଘନେଇଛି ବସ୍ତିକୁ । ପବନ ଓ ତୁହାକୁ ତୁହା ବର୍ଷା ବସ୍ତିର କଚ୍ଚା ଘରକୁ ଭାଙ୍ଗିଦେବାର ଆଶଙ୍କା ଅଧିକ । ସେପଟେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା । ପାଣିପାଗ ବିଭାଗ ପକ୍ଷରୁ ମିଳିଲା ସୂଚନା । ଭୀଷଣ ବାତ୍ୟା ରୂପ ନେଇ ଛୁଇଁବ ସ୍ଥଳଭାଗ । ୧୫ କିମି ବେଗରେ ଆଗୁଆ ବଢୁଛି ବାତ୍ୟା ।

ପାରାଦୀପଠାରୁ ୫୨୦ କିମି ଦୂରରେ ଅବସ୍ଥିତ । ସାଗର ଦ୍ୱୀପଠାରୁ ୬୦୦ କିମି ଦୂରରେ ବାତ୍ୟା । ବାଂଲାଦେଶ ଖେପୁରାଠାରୁ ୬୧୦ କିମି ଦୂରରେ ଅବସ୍ଥିତ । ୨୪ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଘଣ୍ଟାପ୍ରତି ୧୦୦ରୁ ୧୨୦ ବେଗରେ ପବନ ବହିବା ସମ୍ଭାବନା । ପାରାଦୀପ, ଧାମରା, ପୁରୀ ପୋର୍ଟକୁ ୪ ନମ୍ବର ବିଦପ ସଙ୍କେତ ଜାରି । ଗୋପାଳପୁର ବନ୍ଦରକୁ ୨ ନମ୍ବର ବିପଦ ସଙ୍କେତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ