Masthead

ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୨୭ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତ ହେବ । ପରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଉପରେ ବାତ୍ୟା ରୂପ ନେବ । ଏହା ଉତ୍ତର- ପୂର୍ବ ଦିଗରେ ଗତି କରି ବାଂଲାଦେଶ ଆଡ଼କୁ ଯିବ । ସମୁଦ୍ର ଭିତରେ ବାତ୍ୟା ସୃଷ୍ଟି ହୋଇ ସମୁଦ୍ର ଭିତରେ ହିଁ ଦୁର୍ବଳ ହୋଇଯିବ । ୨ ବା ୩ ତାରିଖରେ ବାଂଲାଦେଶରେ ପହଞ୍ଚିବା ବେଳକୁ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହୋଇ ସାରିଥିବ ।

ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୭.୬ କିମି ଉଚ୍ଚତାରେ ରହିଛି ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ବୋଲି ଆଉଏମ୍‌ଡି ପକ୍ଷରୁ କୁହାଯାଇଛି ।

ରାଜ୍ୟରେ ଶୀତ ହାଲ୍‌କା କମିଥିବା ବେଳେ ଆସନ୍ତା ୫ ଦିନ ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ପରବର୍ତ୍ତୀ ୨ ଦିନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା କମିବ ଏବଂ ପୁଣି ରାଜ୍ୟରେ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି