Masthead

ଓଡ଼ିଶାକୁ ପୁଣି ବାତ୍ୟା ଭୟ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଚଳିତ ବର୍ଷର ପ୍ରଥମ ବାତ୍ୟା । ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ପାଣିପାଗ ବିଶେଷଜ୍ଞ । ୨୦ରୁ ୨୧ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ଲଘୁଚାପର ରୂପ ନେଇ ଅଧିକ ଘନିଭୂତ ହେବା ସହ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହୋଇପାରେ । ୨୪ କିମ୍ବା ୨୫ ତାରିଖ ବେଳକୁ ଏହା ଓଡ଼ିଶା କିମ୍ବା ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବା ନେଇ ଆଶଙ୍କା ପ୍ରକାଶ ପାଇଛି ।

ସେପଟେ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ କହିଛନ୍ତି ବାତ୍ୟା ଆକଳନ କରାଯାଇନି । ଆସନ୍ତା ୨୨ ତାରିଖ ପାଖାପାଖି ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଲଘୁଚାପ ସୃଷ୍ଟି ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିପାରେ । ୨୪ ତାରିଖ ପାଖାପାଖି ଏହା ଅବପାତର ରୂପ ନେଇପାରେ । ଏଯାବତ୍ କୌଣସି ବାତ୍ୟା ଆକଳନ କରାଯାଇନି । କେହି ଭୟଭୀତ ହୁଅନ୍ତୁନି ବୋଲି କହିଛନ୍ତି ମନୋରମା ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ