Masthead

୧୦ କିମି ବେଗରେ ଆଗକୁ ବଢୁଛି ବାତ୍ୟା ‘ମିଗଜୋମ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଗ୍ରରୂପ ଧାରଣ କରି ସ୍ଥଳଭାଗ ମୁହାଁ ଭୀଷଣ ବାତ୍ୟା ମିଗଜୋମ । କିଛି ଘଣ୍ଟାରେ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁବ ମିଗଜୋମ । ନେଲୋର-ମଚ୍ଛଲିପଟନମ ମଝି ବାପଟଲାରେ ସ୍ଥଳଭାଗ ଅତିକ୍ରମ କରିବ । ଏବେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ‘ମିଗଜୋମ’ । ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି ‘ମିଗଜୋମ’ । ନେଲୋରରୁ ୩୦ ଓ ବାପଟ୍‌ଲାରୁ ୧୩୦ କିମି ଦୂରରେ ‘ମିଗଜୋମ’ । ପ୍ରଭାବରେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିପାରେ ।

ସେପଟେ ବାତ୍ୟା ମିଗଜୋମ୍ ପ୍ରଭାବରେ ଚେନ୍ନାଇର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ଯୋଗୁଁ ପ୍ରଭାବିତ ହୋଇଛି ସାଧାରଣ ଜୀବନ । ବଙ୍ଗୋପସାଗରରେ ସକ୍ରିୟ ବାତ୍ୟା ମିଗଜୋମ୍ ଅଧିକ ଘନୀଭୂତ ହେବା ସହ ଭୀଷଣ ବାତ୍ୟାର ରୂପ ନେଇଛି । ଦକ୍ଷିଣପଶ୍ଚିମ ପାଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୦ କଲୋମିଟର ବେଗରେ ଆଗକୁ ବଢୁଛି ବାତ୍ୟା । ତେବେ ଗୁରୁବାର ପୂର୍ବାହ୍ନରେ ଏହା ଆନ୍ଧ୍ରର ନେଲୋର ଓ ମଚ୍ଛିଲିପଟ୍ଟନମ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି