Masthead

ତାଣ୍ଡବ ରଚିଛି ବାତ୍ୟା ‘ମୋକା’, ୮୧ ମୃତ

ମିଆଁମାର(ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଛି ବାତ୍ୟା ‘ମୋକା’ । ମିଆଁମାରରେ ବ୍ୟାପକ କ୍ଷୟକ୍ଷତି ସହିତ ୮୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ମୃତ୍ୟୁ ସଂଖ୍ୟା ଆହୁରୀ ବଢିବା ନେଇ ମଧ୍ୟ ଆଶଙ୍କା କରାଯାଉଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଥିଲା ୨୦୦ କିଲୋମିଟର । ବାତ୍ୟା ଯୋଗୁଁ ମାଟିରେ ମିଶିଯାଇଛି ହଜାର ହଜାର ଘର । କୋକ୍ସ ବଜାରରେ ୧୦ ହଜାରରୁ ଅଧିକ ଘର ନଷ୍ଟ ହୋଇଛି । ଅନେକ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡିଛି । ଫଳରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି ।

ବାଂଲାଦେଶ ଓ ମିଆଁମାର ଉପକୂଳରେ ମାଡ଼ ହୋଇଥିଲା ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ଼ । କିଛି ସ୍ଥାନରେ ଘଣ୍ଟାପ୍ରତି ୧୯୫ କିଲୋମିଟର ବେଗରେ ପବନ ବହିଥିଲା । ଗତ ଦୁଇ ଦଶନ୍ଧିରେ ଆସିଥିବା ବାତ୍ୟା ମଧ୍ୟରେ ଏହା ସବୁଠାରୁ ଶକ୍ତିଶାଳୀ ଓ ଭୟଙ୍କର ବୋଲି ବାଂଲାଦେଶ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପ୍ରବଳ ବର୍ଷା ଓ ଝଡ଼ ପବନ ଯୋଗୁଁ ଦୁନିଆର ସବୁଠୁ ବଡ଼ ଶରଣାର୍ଥୀ କ୍ୟାମ୍ପ ମଧ୍ୟରୁ ପ୍ରାୟ ୫୦୦ ରୋହିଙ୍ଗ୍ୟା କ୍ୟାମ୍ପ ନଷ୍ଟ ହୋଇଛି । ବାତ୍ୟା ‘ମୋକା’ରେ ଲକ୍ଷ ଲକ୍ଷ ଲୋକ ପ୍ରଡ଼ାବିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ