Masthead

ତାଣ୍ଡବ ରଚିଛି ବାତ୍ୟା ‘ମୋକା’, ୮୧ ମୃତ

ମିଆଁମାର(ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଛି ବାତ୍ୟା ‘ମୋକା’ । ମିଆଁମାରରେ ବ୍ୟାପକ କ୍ଷୟକ୍ଷତି ସହିତ ୮୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ମୃତ୍ୟୁ ସଂଖ୍ୟା ଆହୁରୀ ବଢିବା ନେଇ ମଧ୍ୟ ଆଶଙ୍କା କରାଯାଉଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଥିଲା ୨୦୦ କିଲୋମିଟର । ବାତ୍ୟା ଯୋଗୁଁ ମାଟିରେ ମିଶିଯାଇଛି ହଜାର ହଜାର ଘର । କୋକ୍ସ ବଜାରରେ ୧୦ ହଜାରରୁ ଅଧିକ ଘର ନଷ୍ଟ ହୋଇଛି । ଅନେକ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ପଡିଛି । ଫଳରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ହୋଇଛି ।

ବାଂଲାଦେଶ ଓ ମିଆଁମାର ଉପକୂଳରେ ମାଡ଼ ହୋଇଥିଲା ଅତ୍ୟନ୍ତ ଭୀଷଣ ସାମୁଦ୍ରିକ ଝଡ଼ । କିଛି ସ୍ଥାନରେ ଘଣ୍ଟାପ୍ରତି ୧୯୫ କିଲୋମିଟର ବେଗରେ ପବନ ବହିଥିଲା । ଗତ ଦୁଇ ଦଶନ୍ଧିରେ ଆସିଥିବା ବାତ୍ୟା ମଧ୍ୟରେ ଏହା ସବୁଠାରୁ ଶକ୍ତିଶାଳୀ ଓ ଭୟଙ୍କର ବୋଲି ବାଂଲାଦେଶ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପ୍ରବଳ ବର୍ଷା ଓ ଝଡ଼ ପବନ ଯୋଗୁଁ ଦୁନିଆର ସବୁଠୁ ବଡ଼ ଶରଣାର୍ଥୀ କ୍ୟାମ୍ପ ମଧ୍ୟରୁ ପ୍ରାୟ ୫୦୦ ରୋହିଙ୍ଗ୍ୟା କ୍ୟାମ୍ପ ନଷ୍ଟ ହୋଇଛି । ବାତ୍ୟା ‘ମୋକା’ରେ ଲକ୍ଷ ଲକ୍ଷ ଲୋକ ପ୍ରଡ଼ାବିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର