Masthead

୯ରେ ବାତ୍ୟା ଆଶଙ୍କା, ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭିତ ଓଡ଼ିଶା । ୭ରେ ଲଘୁଚାପ, ୯ରେ ବାତ୍ୟା ଆଶଙ୍କା । ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ ୮ ତାରିଖରେ ଏହା ଅବପାତରେ ପରିଣତ ହୋଇ ଉତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ ବୋଲି କହିଛି ପାଣିପାଗ ବିଭାଗ । ଲଘୁଚାପ ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ତେବେ ଏହାର ଗତି ପଥ କ’ଣ ହେବ ତାହା ସ୍ପଷ୍ଟ ହୋଇନାହିଁ ।

ୱିଣ୍ଡିର ଦୁଇଟି ମଡେଲର ଆକଳନ ଅନୁସାରେ ୧୨ତାରିଖରେ ବାତ୍ୟା ବାଂଲାଦେଶ-ମିଆଁମାର ମଝିରେ ସ୍ଥଳଭାଗ ଛୁଇଁପାରେ । ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ୭ ତାରିଖରୁ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ଛୁଇଁପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୭ ତାରିଖଠାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ