Masthead

୯ରେ ବାତ୍ୟା ଆଶଙ୍କା, ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭିତ ଓଡ଼ିଶା । ୭ରେ ଲଘୁଚାପ, ୯ରେ ବାତ୍ୟା ଆଶଙ୍କା । ସାମୁଦ୍ରିକ ଝଡ଼ ନେଇ ବଙ୍ଗୋପସାଗରରେ ଅନୁକୂଳ ରହିଛି ସ୍ଥିତି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ ୮ ତାରିଖରେ ଏହା ଅବପାତରେ ପରିଣତ ହୋଇ ଉତର ଦିଗରେ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିପାରେ ବୋଲି କହିଛି ପାଣିପାଗ ବିଭାଗ । ଲଘୁଚାପ ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ । ତେବେ ଏହାର ଗତି ପଥ କ’ଣ ହେବ ତାହା ସ୍ପଷ୍ଟ ହୋଇନାହିଁ ।

ୱିଣ୍ଡିର ଦୁଇଟି ମଡେଲର ଆକଳନ ଅନୁସାରେ ୧୨ତାରିଖରେ ବାତ୍ୟା ବାଂଲାଦେଶ-ମିଆଁମାର ମଝିରେ ସ୍ଥଳଭାଗ ଛୁଇଁପାରେ । ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ୭ ତାରିଖରୁ ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୭୦ କିମି ଛୁଇଁପାରେ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୭ ତାରିଖଠାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ