Masthead

ମାଡି ଆସୁଛି ବାତ୍ୟା ମୋନ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଡି ଆସୁଛି ବାତ୍ୟା ମୋନ୍ଥା । ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଆଗକୁ ବଢୁଛି । ଆଜି ସନ୍ଧ୍ୟା ୫ଟାରୁ ରାତି ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ଲ୍ୟାଣ୍ଡଫଲ୍ କରିବ ମୋନ୍ଥା । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ବେଗ ୯୦ରୁ ୧୦୦ କିମି ରହିପାରେ । ଅପରାହ୍ମ ୩ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇ ଯିବ ବୋଲି ଆକଳନ କରାଯାଉଛି ।

ଆଜି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବା ପରେ ଆନ୍ଧ୍ରପ୍ରଦେଶର କାକିନଡ୍ଡା ଆଡକୁ ମୁହାଁଇବ । ପ୍ରାୟ ତିନିରୁ ଚାରି ଘଣ୍ଟା ରହିବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆଜି ରାତିରୁ ସକାଳ ପର୍ଯ୍ୟନ୍ତ ଭୀଷଣ ବାତ୍ୟା ମନ୍ଥାର ବଡ ପ୍ରଭାବ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପରେ ରହିବ । ବର୍ତ୍ତମାନ କାକିନଡ୍ଡା ଉପକୂଳରୁ ୩୧୦ କିଲୋମିଟର ଦୂରରେ ସକ୍ରିୟ ରହିଛି ବାତ୍ୟା । ବିଶାଖପାଟନମ ଉପକୂଳରୁ ୩୭୦ କିଲୋମିଟର ଦୂର ଏବଂ ଗୋପାଳପୁର ଉପକୂଳରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୫୭୦ କିଲୋମିଟର ଦୂରରେ ରହିଛି ବାତ୍ୟା । ବାତ୍ୟା ପ୍ରଭାବରେ କାକିନଡ୍ଡାରେ କାଲିଠୁ ଲାଗିରହିଛି ବର୍ଷା ।

ବୁଧବାର ଭୋର୍‌ ସମୟରେ ମାଲକାନଗିରି ଜିଲ୍ଲାର ବାଲିମେଳା ଜଳଭଣ୍ଡାର ଦେଇ ଓଡ଼ିଶାରେ ପଶିବ ବାତ୍ୟା । ଯଦିଓ ସେତେବେଳକୁ ଏହାର ପ୍ରକୋପ ବହୁ ମାତ୍ରାରେ କମିଥିବତଥାପି ୬୦ରୁ ୭୦ କିମି ବେଗରେ ପବନ ମାଡ଼ ହେବ । ମାଲ୍‌କାନଗିରି ସହର ଦେଇ ବାତ୍ୟା ସିଧା ଛତିଶଗଡ଼ ମୁହାଁ ହେବ ।  ଗଜପତିକୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପବନର ପ୍ରକୋପ ଅଧିକ ହୋଇପାରେ ବୋଲି ବିଶେଷଜ୍ଞ ଅନୁମାନ କରୁଛନ୍ତି ।

ଦୁଇଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା କରାଇବ ମୋନ୍‌ଥା । ପବନ ଅପେକ୍ଷା ଲଗାଣ ବର୍ଷା ଓ ସମ୍ଭାବ୍ୟ ଭୂସ୍ଖଳନ ସ୍ଥିତି ମୁକାବିଲା ନେଇ ବ୍ୟାପକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଶୂନ୍ୟ ଜୀବନ ହାନି ଲକ୍ଷ୍ୟ ରଖି ସବୁ ବିଭାଗ ଲାଗି ପଡ଼ିଛନ୍ତି । ରାଜସ୍ୱ ମନ୍ତ୍ରୀ ଘନଘନ ବୈଠକ ସହ ସ୍ଥିତି ଉପରେ ନଜର ରଖିଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାତ୍ୟା ମୁକାବିଲା ନେଇ ସମୀକ୍ଷା କରିବେ ବୋଲି ଜଣାପଡ଼ିଛି । ବାତ୍ୟା ପାଇଁ ୮ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କଳାହାଣ୍ଡି ଅଧିକ ପ୍ରଭାବିତ ହେବା ଆଶଙ୍କା ଅଛି । ଏହି ୮ ଜିଲ୍ଲାରେ ୨୮ରୁ ୩୦ ପର୍ଯ୍ୟନ୍ତ ୩ ଦିନ ସ୍କୁଲ ଛୁଟି ଘୋଷଣା କରିଛି ଗଣଶିକ୍ଷା ବିଭାଗ । ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୀ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ୨୮ ଓ ୨୯ ତାରିଖ (୨ଦିନ) ସ୍କୁଲ ଛୁଟି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି