ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଲା ବାତ୍ୟା ରେମାଲ । ଗତକାଲି ମଧ୍ୟ ରାତ୍ରିରେ ସ୍ଥଳଭାଗ ଛୁଇଁବା ପରେ ତାଣ୍ଡବ ରଚିଲା ବାତ୍ୟା ରେମାଲ । ଘଣ୍ଟା ପ୍ରତି ୧୩୦କିମି ବେଗରେ ପବନ ସହ ପଶ୍ଚିମବଙ୍ଗ ଓ ବାଂଲା ଉପକୂଳରେ ରଚିଲା ତାଣ୍ଡବ । ପଶ୍ଚିମବଙ୍ଗ ଓ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି କଲା ‘ରେମାଲ’ । ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛ ଉପୁଡ଼ିବା ସହ ଭାଙ୍ଗିଲା ଘର । ଏବେ ବି ପଶ୍ଚିମବଙ୍ଗ ଓ ବାଂଲାଦେଶରେ ଜାରି ରହିଛି ବର୍ଷା । ବାଂଲାଦେଶରେ ପ୍ରାୟ ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ସୂଚନା । ଗତକାଳି ରାତିରେ ଭୀଷଣ ବାତ୍ୟାଭାବେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ବେଳକୁ କିଛି ସ୍ଥାନରେ ୧୩୫ କିମି ରହିଥିଲା ପବନର ବେଗ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ରାତି ତମାମ ବର୍ଷା । ଆଜିଠୁ ରାଜ୍ୟରେ ପୁଣି ବୃଦ୍ଧି ପାଇବା ଦିନର ତାପମାତ୍ରା ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ରେମାଲ ବାତ୍ୟା ଏବେ କ୍ରମଶଃ ଦୁର୍ବଳ ହେବା ସହ ଉତ୍ତର ଦିଗକୁ ଗତି କରିଛି । ତେବେ ବାତ୍ୟାର କ୍ଷୟକ୍ଷତି ଏବଂ ମୃତାହତ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନି । ଏସବୁ ମଧ୍ୟରେ ଏନଡିଆରଏଫ ଏସଡିଆରଏଫ୍ ବାତ୍ୟା ପ୍ରଭାବିତ ଅଂଚଳରେ ପହଁଚି ଏହାର ମୁକାବିଲା କରିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ବାତ୍ୟା ରେମଲା ଉପରେ ସମୀକ୍ଷା ବୈଠକ କରିଛନ୍ତି । ଓଡ଼ିଶା ଉପରେ ଏହି ବାତ୍ୟାର ପ୍ରଭାବ ବିଶେଷ ନଥିଲେ ମଧ୍ୟ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *