Masthead

ପଶ୍ଚିମବଙ୍ଗ ଓ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି କଲା ‘ରେମାଲ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଣ୍ଡବ ରଚିଲା ବାତ୍ୟା ରେମାଲ । ଗତକାଲି ମଧ୍ୟ ରାତ୍ରିରେ ସ୍ଥଳଭାଗ ଛୁଇଁବା ପରେ ତାଣ୍ଡବ ରଚିଲା ବାତ୍ୟା ରେମାଲ । ଘଣ୍ଟା ପ୍ରତି ୧୩୦କିମି ବେଗରେ ପବନ ସହ ପଶ୍ଚିମବଙ୍ଗ ଓ ବାଂଲା ଉପକୂଳରେ ରଚିଲା ତାଣ୍ଡବ । ପଶ୍ଚିମବଙ୍ଗ ଓ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି କଲା ‘ରେମାଲ’ । ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛ ଉପୁଡ଼ିବା ସହ ଭାଙ୍ଗିଲା ଘର । ଏବେ ବି ପଶ୍ଚିମବଙ୍ଗ ଓ ବାଂଲାଦେଶରେ ଜାରି ରହିଛି ବର୍ଷା । ବାଂଲାଦେଶରେ ପ୍ରାୟ ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ସୂଚନା । ଗତକାଳି ରାତିରେ ଭୀଷଣ ବାତ୍ୟାଭାବେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ବେଳକୁ କିଛି ସ୍ଥାନରେ ୧୩୫ କିମି ରହିଥିଲା ପବନର ବେଗ ବାତ୍ୟା ପ୍ରଭାବରେ ଉପକୂଳ ଓଡ଼ିଶାରେ ରାତି ତମାମ ବର୍ଷା । ଆଜିଠୁ ରାଜ୍ୟରେ ପୁଣି ବୃଦ୍ଧି ପାଇବା ଦିନର ତାପମାତ୍ରା ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ରେମାଲ ବାତ୍ୟା ଏବେ କ୍ରମଶଃ ଦୁର୍ବଳ ହେବା ସହ ଉତ୍ତର ଦିଗକୁ ଗତି କରିଛି । ତେବେ ବାତ୍ୟାର କ୍ଷୟକ୍ଷତି ଏବଂ ମୃତାହତ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନି । ଏସବୁ ମଧ୍ୟରେ ଏନଡିଆରଏଫ ଏସଡିଆରଏଫ୍ ବାତ୍ୟା ପ୍ରଭାବିତ ଅଂଚଳରେ ପହଁଚି ଏହାର ମୁକାବିଲା କରିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବରିଷ୍ଠ ଅଧିକାରୀ ମାନଙ୍କ ସହ ବାତ୍ୟା ରେମଲା ଉପରେ ସମୀକ୍ଷା ବୈଠକ କରିଛନ୍ତି । ଓଡ଼ିଶା ଉପରେ ଏହି ବାତ୍ୟାର ପ୍ରଭାବ ବିଶେଷ ନଥିଲେ ମଧ୍ୟ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି । ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼