Masthead

ଓଡ଼ିଶାକୁ ଘାରିଲା ବାତ୍ୟା ଭୟ !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ୧୧ ତାରିଖରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ଶ୍ରୀଲଙ୍କା ନିକଟସ୍ଥ ଗଲ୍ଫ ଅଫ ମନାର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଏହି ଆକଳନ କରିଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ବର୍ତ୍ତମାନ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୨ ତାରିଖ ବେଳକୁ ଏହା ଲଘୁଚାପର ରୂପ ନେବ। ସମୁଦ୍ର ଭିତରେ ଅଧିକ ଘନୀଭୂତ ହୋଇ ଗଭୀର ଅଵପାତରେ ପରିଣତ ହେବା ସମ୍ଭାବନା ରହିଛି। କିନ୍ତୁ ଓଡିଶା ଉପରେ ଏହାର କ’ଣ ପ୍ରଭାବ ରହିବ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନାହିଁ।

୧୩ ତାରିଖ ପରେ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ । ଆଇଏମ୍‌ଡି କରିଥିବା ପୂର୍ବାନୁମାନ ଅନୁସାରେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ତଥା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ୧୩ରୁ ୧୬ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଏହା ବାତ୍ୟା ରୂପ ନେବାର ସମ୍ଭାବନା କମ୍‌ ରହିଥିବା‌ ଆଇଏମ୍‌ଡି ପକ୍ଷରୁ କୁହାଯାଇଛି । ଅନ୍ୟପଟେ ଓଡିଶା ଉପରେ ଥିବା ଟ୍ରପଲାଇନ ପ୍ରଭାବରେ କାଳବୈଶାଖୀ ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୨ ତାରିଖରୁ ପୁଣି ରାଜ୍ୟରେ ବଢିବ ଦିନ ତାପମାତ୍ରା । ୨ରୁ ୪ ଡିଗ୍ରୀ ଯାଏଁ ଦିନର ତାପମାତ୍ରା ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର ।

ରବିବାର କାଳବୈଶାଖୀ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀ ଭଳି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ୧୧, ୧୨ ଓ ୧୩ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଶନିବାର ରାଜ୍ୟର ସବୁଠି ତାପମାତ୍ରା ୪୦ ଡିଗ୍ରୀ ତଳେ ଥିଲା । ବଲାଙ୍ଗୀରରେ ୩୯.୩, ସୋନପୁରରେ ୩୮.୫, ତାଳଚେରରେ ୩୮.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ