Masthead

ଆନ୍ଧ୍ର ଦେଇ ଗତି କରିବ ବାତ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ୧୨ ଘଣ୍ଟାରେ ସାଇକ୍ଲୋନିକ ଷ୍ଟୋର୍ମରେ ପରିଣତ ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଦକ୍ଷିଣ ଆନ୍ଧ୍ରରେ ଉପକୂଳ ଛୁଇଁବାର ଅନୁମାନ । ପ୍ରଭାବରେ ଓଡ଼ିଶାରେ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ । ୬ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ଚେତାବନୀ । ଆନ୍ଧ୍ରର ନେଲୋର ଓ ମଛଲିପଟ୍ଟନମ ମଝିରେ ଅତିକ୍ରମ କରିବ ବାତ୍ୟା। ଅତିକ୍ରମ ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିବ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଆଜି ଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ବିସ୍ତୃତି ବଢ଼ିବ। ସେହିପରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ହୋଇଛି। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଏବଂ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷିବା ନେଇ ଚେତାବନୀ ଦିଆଯାଇଛି। ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ