Masthead

ଆଜିଠୁ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା । ଏହା ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇପାରେ । ଏବେ ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ‘ମିଗଜାଉଂ’ କେନ୍ଦ୍ରୀଭୂତ ହୋଇ ଉତର- ଉତର-ପଶ୍ଚିମ ଦିଗରେ ଗତି କରୁଛି । ପୁଡୁଚେରି ଠାରୁ ବାତ୍ୟା ଏବେ ୨୧୦ କିଲୋମିଟର ଉତର-ପୂବ ର୍ ଦିଗରେ ରହିଛି । ଚେନ୍ନାଇ ଠାରୁ ୧୫୦ କିମି ଦୂରେ ରହିଛି । ଆସନ୍ତାକାଲି ପୂର୍ବାହ୍ନରେ ଏହା ଆନ୍ଧ୍ରର ନେଲୋର ଓ ମଚ୍ଛିଲିପଟ୍ଟନମ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ।

ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୯୦ ରୁ ୧୦୦ କିଲୋମିଟର ବେଗରେ ପବନ ବହିବ। ବାତ୍ୟା ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବାନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। କିଛି ଜିଲ୍ଲାରେ ହାଲୁକା ଏବଂ କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ମଙ୍ଗଳବାର ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ ଏବଂ ଗଜପତିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, କଳହାଣ୍ଡି, କନ୍ଧମାଳ ଏବଂ ପୁରୀକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୬ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ନୟାଗଡରେ ପ୍ରବଳ ବର୍ଷା ହେବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ରୁ ୫୦ ଏବଂ ଝଟକା ପବନ ଘଣ୍ଟାପ୍ରତି ୬୦ କିଲୋମିଟର ବେଗରେ ବହିବ। ସମୁଦ୍ର ଅଶାନ୍ତ ରହିବା କାରଣରୁ ୬ ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି