Masthead

ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ‘ହମୁନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ହମୁନ’। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ବାଂଲାଦେଶ ଖେପୁପରା ଓ ଚିଟାଗଙ୍ଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ବାତ୍ୟା ‘ହାମୁନ’ ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକରେ ଅଧିକ ବର୍ଷା ହେବା ଅନୁମାନ କରାଯାଉଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ବାତ୍ୟାର ମୁକାବିଲା ପାଇଁ ପୌର ନିର୍ଦ୍ଦେଶକ ସମସ୍ତ ପୌରାଞ୍ଚଳ ପ୍ରଶାସକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏହା ଓଡ଼ିଶା ଉପକୂଳରୁ ୨ ଶହ କିଲୋମିଟର ଦୂରରେ ସମୁଦ୍ର ଭିତରେ ଗତି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା