Masthead

ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ‘ହମୁନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ହମୁନ’। ପଶ୍ଚିମକେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଏହି ବାତ୍ୟା ହୋଇଥିବା ବେଳେ ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ୨୫ ତାରିଖରେ ବାଂଲାଦେଶ ଖେପୁପରା ଓ ଚିଟାଗଙ୍ଗ ନିକଟରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ତେବେ ବାତ୍ୟା ‘ହାମୁନ’ ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି କେନ୍ଦ୍ରାପଡା, ଜଗତସିଂହପୁର ଓ ଭଦ୍ରକରେ ଅଧିକ ବର୍ଷା ହେବା ଅନୁମାନ କରାଯାଉଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବାତ୍ୟାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ବାତ୍ୟାର ମୁକାବିଲା ପାଇଁ ପୌର ନିର୍ଦ୍ଦେଶକ ସମସ୍ତ ପୌରାଞ୍ଚଳ ପ୍ରଶାସକଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଏହା ଓଡ଼ିଶା ଉପକୂଳରୁ ୨ ଶହ କିଲୋମିଟର ଦୂରରେ ସମୁଦ୍ର ଭିତରେ ଗତି କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ