Masthead

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୫ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧିବ ଲଘୁଚାପ କ୍ଷେତ୍ର । ଏହା ଉତ୍ତର-ପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ୍ ବା ଅବପାତର ରୂପ ନେବ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତା ୪ ଦିନ ଯାଏଁ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ସହ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ତେବେ ବର୍ତ୍ତମାନ ଯାଏ ଆଇଏମଡି ପକ୍ଷରୁ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନଥିବା ବେଳେ କିଛି ଅନ୍ତର୍ଜାତୀୟ ମଡେଲ ବାତ୍ୟା ଆଶଙ୍କା ଥିବା କହିଛନ୍ତି । ୨୫ ତାରିଖରେ ରାଜ୍ୟରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏହା ପୂର୍ବରୁ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ନେଇ ସତର୍କ ରହିବା ସହ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । ସେହିପରି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା