Masthead

ପୋଲିସର ଦବଙ୍ଗଗିରି

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପୋଲିସର ଦବଙ୍ଗଗିରି । ଆଦିବାସୀ ମହିଳାଙ୍କୁ ନିର୍ଯ୍ୟାତନା ଓ ମାଡ଼ ପ୍ରତିବାଦରେ ଥାନା ଘେରିଲେ ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଶୁଳିଆପଦା ଥାନା ଅଞ୍ଚଳରେ । ଶୁଳିଆପଦା ଥାନା କାଳିଆଷୋଳ ପଣ୍ଡିତ ପେଟ୍ରୋଲ ପମ୍ଫରେ କାମ କରୁଥିବା ଜଣେ ମହିଳା କର୍ମଚାରୀଙ୍କୁ ମଦପିଇ ବାରିପଦା ଫିଫତି ବାଟାଲିୟନର ସିପାହୀ ଓ ରାଜୀବ କୁମାର ନାଏକ ନାମକ ବ୍ୟକ୍ତି ଅସଦାଚରଣ ସହ ମାଡ଼ ମାରିଥିଲେ ।

ଏବଂ ମହିଳାଙ୍କୁ ଗୁଳିକରି ମାରିଦେବାର ଧମକ ଦେଇ ଚାଲିଯାଇଥିଲେ । ପରେ ପେଟ୍ରୋଲ ପମ୍ପର ମାଲିକ ପୋଲିସକୁ ଖବର ଦେବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମହିଳା ଜଣଙ୍କୁ ମେଡିକାଲ ନେଇଥିଲେ ।ଏ ସମସ୍ତ ଘଟଣା ସିସିଟିଭରେ କଏଦ ହୋଇଥିଲା । ଗତ ୨ ତାରିଖରୁ ଏତଲା ଦିଆଯାଇଥିଲେ ମଧ୍ୟ ଏହାର କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିବାରୁ ପ୍ରତିବାଦ କରିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ