Masthead

ଦାଦନ ଶ୍ରମିକଙ୍କ ମୃତ୍ୟୁ, ଶବ ଫେରିପାଇବାକୁ ପରିବାରର ଗୁହାରି

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଶବ ଫେରିପାଇବାକୁ ଗୁହାରି କଲେ ପରିବାର । ପରିବାର ପ୍ରତିପୋଷଣ କରିବାକୁ ଯାଇ ପୁଣି ଜଣେ ଦାଦାନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକଙ୍କ ଶବ ଭିଟାମାଟିକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ଗୁହାରି କରାଯାଇଛି। ସୂଚନା ଅନୁସାରେ କୋକସରା ବ୍ଲକ ମାଝୀଗୁଡା ଗ୍ରାମର ଭିକାରୀ ବାଗ ବୟସ ୧୫ ଦିନ ତଳେ ବଡ଼ ଘୁମେର ଗ୍ରାମର ନିଜ ଶଳା ସହ ମିଶି ଦାଦନ ଖଟିବାକୁ ହାଇଦ୍ରାବାଦର ଭାରତ କମ୍ପାନି ସୁପର ଭାଇଜର ମନିଶ କୁମାରଙ୍କ ଯୋଗାଯୋଗରେ ସେ ଯାଇଥିବା ଜଣାପଡିଛି।

ଭିକାରୀ ବାଗଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭାଇ ଗଣ୍ଡାରାମ ବାଗଙ୍କୁ ଖବର ମିଳିଥିଲା । ହାଇଦ୍ରାବାଦର କୌଣସି ଏକ ବେସରକାରୀ ଡାକ୍ତରଖାନାରେ ମୃତ ଶବ ରହିଥିବା ଜଣାପଡିଛି। ତେବେ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି। ପରିବାର ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ମୃତ ଶ୍ରମିକଙ୍କ ଶବ ଗାଁ କୁ ପଠାଇବାକୁ ଯୋଗାଯୋଗ କରାଯାଇଥିବା ଜଣାପଡିଛି। ତେବେ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତିଙ୍କ ମୃତ୍ୟୁ ଖବର ପରେ ସ୍ତ୍ରୀ ଓ ତିନି ନାବାଳକ ଝିଅ ଭାଙ୍ଗି ପଡିଛନ୍ତି ଓ ଗାଁରେ ଶୋକାକୁଳ ପରିବେଶ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ଭୁବନେଶ୍ୱରରେ ହେବ ଅଣ୍ଡରଗ୍ରାଉଣ୍ଡ୍ ମେଟ୍ରୋ 🔴 ବିଦ୍ୟୁତ୍‌ ତାର ଲାଗି ୩ ଶ୍ରମିକ ମୃତ 🔴 ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ମନା 🔴 ନିରଞ୍ଜନଙ୍କ ଅବଦାନ କ’ଣ?…ପଚାରୁଛି ସୁବର୍ଣ୍ଣପୁର 🔴 ଦେଶରେ କ୍ଷୀପ୍ର ଗତିରେ କମୁଛି ଦାରିଦ୍ର୍ୟତା