Masthead

୨ ହଜାର ମୁହାଁ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଭାରତୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧,୮୮୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୫୯୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି । ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୩୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ମୋଟ ୪ କୋଟି ୪୭ ଲକ୍ଷ ୪ ହଜାର ୧୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୩ ହଜାର ୮୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସେପଟେ ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ସହ ଆଡ୍‌ଭାଇଜରି ଜାରି କରିଛନ୍ତି। ଆଡଭାଇଜରି ଅନୁସାରେ, ଭିଡ଼ ସ୍ଥାନରେ ମାସ୍କ ଲଗାଇବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏହାସହ କରୋନା ସଂକ୍ରମଣ ମାମଲା କିପରି ହ୍ରାସ ପାଇବ, ପ୍ରସ୍ତୁତିକୁ ନେଇ ଏପ୍ରିଲ ୧୦ ଓ ୧୧ ତାରିଖରେ ସାରା ଦେଶରେ ଥିବା ସମସ୍ତ ହସ୍ପିଟାଲ୍‌ରେ ମକ୍‌ ଡ୍ରିଲ୍‌ର ଆୟୋଜନ କରାଯାଇଛି। ଏହି ୨ ଦିନ ହେବାକୁ ଥିବା ମକ୍‌ ଡ୍ରିଲ୍‌ରେ ହସ୍ପିଟାଲ୍‌ରେ ଆଇସିୟୁ ବେଡ୍‌, ମେଡିକାଲ୍‌ ଉପକରଣ, ଅକ୍ସିଜେନ୍‌ ଇତ୍ୟାଦି ଠିକ୍‌ ଭାବେ ଉପଲ୍ଲବ୍ଧ ଅଛି କି ନାହିଁ ସେସବୁର ତଦାରଖ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା