Masthead

୪୫ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଦେଶରେ କମୁଛି ସଂକ୍ରମଣ । ଆଜି ଦେଶରେ ୪୫ହଜାର ତଳକୁ ରହିଛି ଦୈନିକ ସଂକ୍ରମଣ । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ୭୫୦ ତଳକୁ ରହିଛି । ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୪,୧୧୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୭୩୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୫,୦୨,୩୬୨ ଓ ମୃତ୍ୟୁସଂଖ୍ୟା ୪,୦୧,୦୫୦ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୫୭,୪୭୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୬,୦୫,୭୭୯ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୯୫,୫୩୩। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୪,୪୬,୧୧,୨୯୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨ ତାରିଖ ସୁଦ୍ଧା ସମୁଦାୟ ୪୧,୬୪,୧୬,୪୬୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୭୬,୦୩୬ଟି ନମୁନା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବଳଙ୍ଗା ନାବାଳିକା ପୋଡି ଘଟଣା, ହେଲାନି ପୀଡ଼ିତାଙ୍କ ବୟାନ ରେକର୍ଡ 🔴 ଲୋକାର୍ପିତ ହେଲା ଦୈନିକ ଖବର କାଗଜ ‘ସମାଲୋଚନା’ 🔴 ହିଡେନ୍ କ୍ୟାମେରା ନେଇ ଶ୍ରୀମନ୍ଦିରକୁ ଯୁବକଙ୍କ ପ୍ରବେଶ