Masthead

ଫେଲ ମାରିଛି ଦୈନିକ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଫେଲ ମାରିଛି ଦୈନିକ ୨ଲକ୍ଷ ଟିକାକରଣ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବଶ୍ୟକ ପରିମାଣର ଟିକା ନ ପହଞ୍ଚିବା ଯୋଗୁଁ ଧାର୍ଯ୍ୟ ଲକ୍ଷ୍ୟଠାରୁ କମ୍ ଟିକାକରଣ କରିବା ଲାଗି ରାଜ୍ୟ ସରକାର ବାଧ୍ୟ ହେଉଛନ୍ତି । ଏପରିକି ପ୍ରାୟ ଅଧା କେନ୍ଦ୍ରକୁ ବନ୍ଦ କରି ଦିଆଯାଇଛି । ଓଡ଼ିଶାକୁ ୧୦ ଦିନ ପାଇଁ ୨୫ଲକ୍ଷ ଡୋଜର ‘କୋଭିସିଲ୍ଡ’ ଟିକା ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି ଲେଖି ସାରିଲେଣି ।

ଏଭଳି ପରିସ୍ଥିତିରେ ଟିକାର ଅଭାବ ଲାଗି ରହିଲେ, ଆସନ୍ତା ଶନିବାରଠାରୁ ରାଜ୍ୟରେ ଟିକାକରଣ ବନ୍ଦ ହୋଇପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଚଳିତମାସ ୧ତାରିଖଠାରୁ ରାଜ୍ୟରେ ଦୈନିକ ୨ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ମାତ୍ର ରାଜ୍ୟରେ ଟିକାର ଅଭାବ ଏବେ ଚିନ୍ତା ବଢାଇଛି । ସେପଟେ ରାଜ୍ୟରେ ୪୦୦ ଟିକାକରଣ କେନ୍ଦ୍ର ମଧ୍ୟ ବନ୍ଦ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ