ଫେଲ ମାରିଛି ଦୈନିକ ଟିକାକରଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଫେଲ ମାରିଛି ଦୈନିକ ୨ଲକ୍ଷ ଟିକାକରଣ । କେନ୍ଦ୍ର ସରକାରଙ୍କ ପକ୍ଷରୁ ଆବଶ୍ୟକ ପରିମାଣର ଟିକା ନ ପହଞ୍ଚିବା ଯୋଗୁଁ ଧାର୍ଯ୍ୟ ଲକ୍ଷ୍ୟଠାରୁ କମ୍ ଟିକାକରଣ କରିବା ଲାଗି ରାଜ୍ୟ ସରକାର ବାଧ୍ୟ ହେଉଛନ୍ତି । ଏପରିକି ପ୍ରାୟ ଅଧା କେନ୍ଦ୍ରକୁ ବନ୍ଦ କରି ଦିଆଯାଇଛି । ଓଡ଼ିଶାକୁ ୧୦ ଦିନ ପାଇଁ ୨୫ଲକ୍ଷ ଡୋଜର ‘କୋଭିସିଲ୍ଡ’ ଟିକା ଯୋଗାଇବା ପାଇଁ କେନ୍ଦ୍ର ସରକାରଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିଠି ଲେଖି ସାରିଲେଣି ।

ଏଭଳି ପରିସ୍ଥିତିରେ ଟିକାର ଅଭାବ ଲାଗି ରହିଲେ, ଆସନ୍ତା ଶନିବାରଠାରୁ ରାଜ୍ୟରେ ଟିକାକରଣ ବନ୍ଦ ହୋଇପାରେ ବୋଲି କହିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଚଳିତମାସ ୧ତାରିଖଠାରୁ ରାଜ୍ୟରେ ଦୈନିକ ୨ଲକ୍ଷ ଲୋକଙ୍କୁ ଟିକା ପ୍ରଦାନ କରିବା ଲାଗି ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ମାତ୍ର ରାଜ୍ୟରେ ଟିକାର ଅଭାବ ଏବେ ଚିନ୍ତା ବଢାଇଛି । ସେପଟେ ରାଜ୍ୟରେ ୪୦୦ ଟିକାକରଣ କେନ୍ଦ୍ର ମଧ୍ୟ ବନ୍ଦ କରିଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’