Masthead

‘ଖୁବଶୀଘ୍ର ହେବ କ୍ଷୟକ୍ଷତି ଆକଳନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତ୍ୟା ମୋନ୍ଥା ପରେ ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । କହିଛନ୍ତି ଖୁବଶୀଘ୍ର ଆକଳନ ହେବ କ୍ଷୟକ୍ଷତି । ଆସନ୍ତାକାଲି ଠାରୁ କ୍ଷୟ କ୍ଷତି ଆକଳନ ପାଇଁ ଜିଲ୍ଲପାଳଙ୍କୁ ନିର୍ଦ୍ଦେଶ । କ୍ଷତି ହୋଇଥିବା ଶସ୍ୟ ଠିକ ଆକଳନ କରିବେ ଅଧିକାରୀ । ୭୨ ଘଣ୍ଟା ରେ ଦେବେ ରିପୋର୍ଟ । ସେ ଆହୁରି ମଧ୍ୟ କହିଛନ୍ତି ଅଧିକ ସରକାରୀ କର୍ମଚାରୀ ଆବଶ୍ୟକ ହେଲେ ଅନ୍ୟ ଜିଲାରୁ କର୍ମଚାରୀ ଙ୍କୁ ଅଣାଯିବ ।

ବହୁଜାଗାରେ ଘର କାନ୍ଥ ପଡିଛି ସେମାନଙ୍କୁ ପଲିଥିନ ଦିଆଯାଇଛି । ଘର କ୍ଷତି ହୋଇଥିଲେ ଆକଳନ ପରେ କ୍ଷତି ପୂରଣ ଦିଆଯିବ । ଆକଳନ ବେଳେ ବ୍ୟାଙ୍କ ଖାତା, ଆକାଉଣ୍ଟ ନଂ ମାଗିବେ ଅଧିକାରୀ । ଅନଲାଇନରେ ତୁରନ୍ତ କ୍ଷତି ପୂରଣ ଦିଆଯିବ । ୩୧ ତାରିଖ ଯାଏଁ ସତର୍କ ରହିବାକୁ ପଡିବ । ଆସନ୍ତାକାଲି କିଛି ଜାଗାରେ ବର୍ଷା ଅଛି । ଗଜପତି ଜିଲ୍ଲାର ଗୋଶାଣୀ ବ୍ଲକରେ ସର୍ବାଧିବ ୧୫୦ ମିଲିମିଟର ବର୍ଷା ହୋଇଛି । ୫୬ ଟା ବ୍ଲକ ରେ ୫୦ ରୁ ୧୦୦ ମିଳିମିଟର ବର୍ଷା ହୋଇଛି । ୧୬୧ଟି ଟିମ ବାତ୍ୟା ମୁକାବିଲା ପାଇଁ ନିୟୋଜିତ ଥିଲେ ।

୨୧୬୪ ଟି ବାତ୍ୟା ଆଶ୍ରୟସ୍ଥଳୀରେ ୧୯ ହଜାର ଲୋକଙ୍କୁ ସ୍ଥାନାନ୍ତିର କରାଯାଇଥିଲା । ୨୧୮୯ ଜଣ ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ନିରବଛିନ୍ନ ବିଦ୍ୟୁତ ସେବା ଆହ୍ୱାନ ଥିଲା । ନିରବଛିନ୍ନ ହୋଇଥିବା ବିଦ୍ୟୁତ ସେବା ସଂଯୋଗ ସରିଲାଣି । ଗଛ କାଟି ରାସ୍ତା ସଫା କରାଯାଇଛି । ୩୩ ଟି ବ୍ଲକ ଓ ୧୧ ଟି ସହରାଞ୍ଚଳ ପ୍ରଭାବିତ ହୋଇଛି । ୩୬୨ ଟି ଜାଗାରେ ୧୮ ହଜାର ୭୬୨ ଜଣଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି । ୨୯ ଅକ୍ଟୋବର ଆଜିର ଦିନରେ ୧୯୯୯ ମସିହା ରେ ମହାବାତ୍ୟା ଆସିଥିଲା । ଆଇଏମଡିର ପୂର୍ବ ଆକଳନ ସଂଯୋଗ ବଶତଃ ବାତ୍ୟା ମନ୍ଥା ୨୯ ତାରିଖ ରେ ହେବାର ଥିଲା । ସାମ୍ଭାବ୍ୟ ବାତ୍ୟାରୁ ଓଡ଼ିଶା ରକ୍ଷା ପାଇଛି । ବାତ୍ୟା ଦିଗ ପରିବର୍ତ୍ତନ କଲା ଓଡ଼ିଶାର ସୀମା ଛୁଇଁ ଝାଡ଼ଖଣ୍ଡ ଗଲା ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି