Masthead

ମୁକୁଳିବେ ଦାରା ସିଂହ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବହୁଚର୍ଚ୍ଚିତ ମିସନାରୀ ଗ୍ରାହାମ ଷ୍ଟେନ୍ସ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ରବୀନ୍ଦ୍ର ପାଲ୍ ସିଂ ଓରଫ୍ ଦାରା ସିଂ ଜେଲରୁ ମୁକ୍ତ ହେବାକୁ ଯାଉଛନ୍ତି । ସେଥିପାଇଁ ଗୋଟେ ପ୍ରକାର ବାଟ ଫିଟିଛି । ପ୍ରାୟ ୨୫ରୁ ୨୬ ବର୍ଷ ଧରି ଜେଲରେ ସମୟ କାଟି ଆସୁଛନ୍ତି । ଆଜି ସୁପ୍ରିମକୋର୍ଟଙ୍କ ଦୁଇ ଜଣିଆ ଖଣ୍ଡପୀଠ ତାଙ୍କୁ ମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଅଗଷ୍ଟ ୧୫ ତାରିଖ ସୁଦ୍ଧା ତାଙ୍କୁ ଜେଲରୁ ଛାଡ଼ିବାକୁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି । ଯଦି ସର୍ବୋଚ୍ଚ ଅଦାଲତଙ୍କ ନିଦେ୍ର୍ଦଶକୁ ଅମାନ୍ୟ କରାଯାଏ ତେବେ ୧୯ ତାରିଖରେ ପୁଣି ଥରେ ମାମଲାର ଶୁଣାଣି ହେବ । ଦାରା ସିଂହ ଉତ୍ତର ପ୍ରଦେଶର ବାସିନ୍ଦା ହୋଇଥିବା ସୂଚନା ରହିଛି ।

ଦାରା ସିଂ ନିଜର ମୁକ୍ତି ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଗତ ବର୍ଷ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ଦାରା ସିଂଙ୍କ ମୁକ୍ତି ଆବେଦନ ଉପରେ ବିଚାର କରି ନିଷ୍ପତ୍ତି ନେବାକୁ କହିଥିଲେ। ଏହା ପରେ ଓଡ଼ିଶା ଷ୍ଟେଟ୍‌ ସେଣ୍ଟେନ୍ସ ପ୍ରିଭ୍ୟୁ ବୋର୍ଡ ତାଙ୍କର ଆଚରଣ ଉଚାରଣ ଓ ଦୀର୍ଘ ଦିନର ଜେଲ୍ ଦଣ୍ଡକୁ ଆଧାର କରି ତାଙ୍କୁ ମୁକ୍ତି ପାଇଁ ଅନୁମତି ପ୍ରଦାନ କରିଥିଲେ। ଏହି ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ତାଙ୍କୁ ମୁକ୍ତ କରିବା ସପକ୍ଷରେ ରାୟ ଦେଇଛନ୍ତି । ସେପଟେ ଦାରା ସିଂହକୁ ଜେଲରୁ ମୁକ୍ତ କରିବାକୁ ନିର୍ଦ୍ଦେଶ ମିଳିବା ପରେ ଦାରା ସେନା ପକ୍ଷରୁ ସୁପ୍ରିମକୋର୍ଟଙ୍କୁ ଓକିଲ ଏପି ସିଂହ ଧନ୍ୟବାଦ ଜଣାଇଛନ୍ତି । ୧୯୯୯ ମସିହାରେ କେନ୍ଦୁଝର ଜିଲ୍ଲାର ମନୋହରପୁରରେ ଅଷ୍ଟ୍ରେଲୀୟ ମିଶନାରୀ ଗ୍ରାହାମ ଷ୍ଟେନ୍ସ ଏବଂ ତାଙ୍କର ଦୁଇ ନାବାଳକ ପୁଅଙ୍କୁ ଜୀବନ୍ତ ଜାଳିଦେବା ଘଟଣାରେ ସେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ସମୟ ବିତାଇ ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା 🔴 ସୁଦ୍ଧକ୍ରିୟା ପାଇଁ ଆସି ଭାସିଗଲେ 🔴 ମାଟି ତଳୁ ମାଓ ସାମଗ୍ରୀ ଜବତ 🔴 ‘ଶ୍ରୀଜଗନ୍ନାଥଙ୍କୁ ବିକୃତ ପ୍ରଦର୍ଶନ ଶାସ୍ତ୍ର ବିରୋଧୀ’ 🔴 ମେଡିକାଲରୁ ଫେରାର ମାରିଲା ଅଭିଯୁକ୍ତ 🔴 ୨୪ ଘଣ୍ଟା ଭିତରେ ବର୍ଷା ସମ୍ଭାବନା 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ