Masthead

ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଦଶମୂଳ ମୋଦକ ଚୋରି । ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି । ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ। ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ଅଭିଯୋଗ। ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା। ଅଣବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା।

ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା । ଏହି ଅପରାଧ ପାଇଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର, ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା