Masthead

ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ, ଚୋରି ହେଲା ଦଶମୂଳ ମୋଦକ

ପୁରୀ (ବଡ଼ ଖବର ବ୍ୟୁରୋ): ମହାପ୍ରଭୁଙ୍କ ଦଶମୂଳ ମୋଦକ ଚୋରି । ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରି । ଗାରଦ ଘରୁ ଚୋରି କରିନେଲେ ଅମୁଣିଆ ମୋଦକ। ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ଅଭିଯୋଗ। ରାଜବୈଦ୍ୟ ଦେଇଥିବା ସମୁଦାୟ ୩୧୩ଟି ଅମୁଣିଆ ମୋଦକରୁ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା। ଅଣବସର ଏକାଦଶୀରେ ଅର୍ଥାତ ଗତ ୨୧ ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ ୭୦ଟି କମ୍ ଥିବା ଦେଖିବାକୁ ମିଳିଥିଲା।

ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା । ଏହି ଅପରାଧ ପାଇଁ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର। ଏହି ଚିଠିର ଏକ ନକଲ ଶ୍ରୀମନ୍ଦିର କମାଣ୍ଡର, ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ