Masthead

ଆଇନଶୃଙ୍ଖଳା, ହତ୍ୟାକାଣ୍ଡ, ଚୋରିକୁ ନେଇ ବନ୍ଦ ଡାକରା

ଦଶପଲ୍ଲା(ବଡ଼ ଖବର ବ୍ୟୁରୋ): ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ହତ୍ୟାକାଣ୍ଡ, ଚୋରି, ରାହାଜନୀ ବୃଦ୍ଧି ପାଉଥିବା ଅଭିଯୋଗ ୧୦ ଘଣ୍ଟିଆ ଦଶପଲ୍ଲା ବନ୍ଦ । ବନ୍ଦ ଡାକରା ଦେଇଛି ବିଜେପି । ବିଜେପି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ସାଧାରଣ ସମ୍ପାଦକ ରାଘବ ମଲ୍ଲିକଙ୍କ ନେତୃତ୍ୱରେ ଏହି ଡାକରା ଦିଆଯାଇଛି । ଦଶପଲ୍ଲା ଥାନା ଆଇଆଇସିଙ୍କ ବଦଳି ଦାବି କରିଛି ଦଳ । ସକାଳ ୭ରୁ ବନ୍ଦ ପାଳନ କରାଯାଇଛି । ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ସମସ୍ତ ଦୋକାନ ବଜାର ।

ଦଶପଲ୍ଲା ବନ୍ଦ ପୂର୍ବରୁ ପୋଲିସ ହଠାତ୍ ବିଜେପି ନେତା ରାଘବ ମଲ୍ଲିକକୁ ଉଠାଇ ନେବା ସହ ଶୃଙ୍ଖଳା ସ୍ଥିତି ବଜାଇ ରଖିବା ପାଇଁ ପୁରା ସହରରେ ପୋଲିସ ଫ୍ଲାଗ ମାର୍ଚ୍ଚ କରିଛି । ତେବେ ଦଶପଲ୍ଲାରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିନାହିଁ । ଦୋକାନ ବଜାର ଖୋଲା ଥିବା ବେଳେ ଗାଡି ଚଳାଚଳ ସ୍ୱାଭାବିକ ରହିଛି । ଗିରଫଦାରୀ ଭୟରେ ଘଟଣା ସ୍ଥଳରୁ ଛତ୍ରଭଙ୍ଗ ଦେଇଛନ୍ତି ବିଜେପିର ନେତା ଓ କର୍ମୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା