Masthead

କେବେ ମିଳିବ ସହାୟତା

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ଜୀବନ କେବେ ପତର ତଳେ ତ ଆଉ କେବେ ପଥର ତଳେ । ଜୀବନ ଯେଉଁଠି ଯାତନା ସେଇଠି । ଦୁଃଖୀ ମଣିଷଙ୍କ ଜୀବନରେ ଦୁଃଖ ହିଁ ଚିର ସହଚର । ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ ପଞ୍ଚାୟତ ମର୍ଦାବାଡ଼ି ଗାଁରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଦୁଃଖ ନକହିବା ଭଲ ।ନିଆଁ ଲାଗି ଘର ପୋଡ଼ି ଯାଇଥିଲେ ସୁଦ୍ଧା ଏଯାବତ ସେମାନଙ୍କୁ ମିଳୁନି ସରକାରୀ ସହାୟତା । ଶେଷରେ ବାଧ୍ୟ ହୋଇ ସେମାନେ ଗୁହାଳଘରେ କାଟୁଛନ୍ତି ଜୀବନ । କୃପାସିଦ୍ଧୁ ରଣା, ଉପେନ୍ଦ୍ର ରଣା ଏବଂ ରମେଶ ରଣାଙ୍କ ଘର ପୋଡ଼ି ଯାଇଛି । ଦୀର୍ଘଦିନ ଘର ପୋଡ଼ିଯାଇଥିଲେ ସୁଦ୍ଧା ସରକାରୀ ସହାୟତା ଏମାନଙ୍କ ଲାଗି ସାତସପନ ପାଲଟିଯାଇଛି । ରାଜନେତାଙ୍କଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କରିଥିଲେ ସୁଦ୍ଧା କିଛି ସୁଫଳ ମିଳିନାହିଁ । ଘର ନଥିବାରୁ ଏମାନେ ବାଧ୍ୟ ହୋଇ ଗୁହାଳଘରେ କାଟୁଛନ୍ତି ଦିନ । ଏମାନଙ୍କୁ ଶୀଘ୍ର ଆବାସ ଯୋଜନାରେ ପକ୍କାଘର ଯୋଗାଇ ଦିଆଯାଉ ବୋଲି ଗାଁଲୋକେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା