Masthead

ଝିଅ ଆଖି ଆଗରେ ଜଳିଗଲା ମା’

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଭଦ୍ରକ ଜିଲ୍ଲା ବାଣୀତିଆ ପଞ୍ଚାୟତ ମହଲା ସାହିରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ମା ଜୀବନ୍ତ ଦଗ୍ଧ, ଝିଅ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି । ଘରେ ମାଆ, ଝିଅ ଶୋଇଥିବା ବେଳେ ହଠାତ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ୨ ବଖରା ଘର ଜଳିଯାଇଥିଲା । ଘରୁ ବାହାରି ନପାରି ମା’ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଝିଅ ଗୁରୁତର ହୋଇଛି । ଝିଅ ଶରୀରର ବହୁ ଅଂଶ ପୋଡି ଯାଇଥିବା ବେଳେ ଦମକଳ ବାହୀନି ପହଞ୍ଚି ନିଆଁକୁ ଆୟତ କରି ମାଆର ମୃତ ଦେହକୁ ଘରୁ ବହାର କରିଥିଲେ ।

ସୂଚନା ଅନୁସାରେ, ଏହି ଭଳି ମର୍ମନ୍ତୁଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ପ୍ରଭାତ ବେହେରାଙ୍କ ଘରେ । ଘର ଭିତରେ ଥିବା ବେଳେ ଅଗ୍ନିକାଣ୍ଡ ଯୋଗୁଁ ପ୍ରଭାତଙ୍କ ସ୍ତ୍ରୀ ଭାରତୀ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା ମିଳିଛି। ୧୦ ବର୍ଷର ଝିଅ ଅଗ୍ନିକାଣ୍ଡରେ ଗୁରୁତର ହୋଇଥିବା ବେଳେ ତାଙ୍କ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଠ ହୋଇ ନାହିଁ । ଭଦ୍ରକ ଅଗ୍ନିଶମ ବାହିନୀ ଗାଁରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା