Masthead

‘ବୋହୂଙ୍କ ଅଭିଯୋଗ ଭୀତ୍ତିହୀନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ଶଶିଭୂଷଣ ବେହେରାଙ୍କ ନାଁରେ ଏତଲା । ଶଶିଭୂଷଣ, ତାଙ୍କ ପୁଅ ଓ ପତ୍ନୀଙ୍କ ନାଁରେ ବାଙ୍କୀ ଥାନାରେ ଏତଲା ଦେଇଛନ୍ତି ବୋହୂ ରୋନାଲି ବେହେରା । ପ୍ରତିକ୍ରିୟାରେ ବୋହୂଙ୍କ ଅଭିଯୋଗକୁ ଭୀତ୍ତିହୀନ କହିଛନ୍ତି ଶଶିଭୂଷଣ । ପୁଅ-ବୋହୂ ଭିତରର କଥା, ମନୋମାଳିନ୍ୟ ଥାଇପାରେ । ଆମ ଘରେ ମାସେ ୧୧ ଦିନ ରହିବା ପରେ ବୋହୂ ତାଙ୍କ ଘରକୁ ଯାଇଛି । ନିଜେ ତାଙ୍କ ବାପା ଆସି ବୋହୂକୁ ଘରକୁ ନେଇ ଯାଇଥିବା କହିଛନ୍ତି ଶଶିଭୂଷଣ ।

ଯୌତୁକ ମାଗିବା କଥା ସଂପୂର୍ଣ୍ଣ ଭିତ୍ତିହୀନ’ । ଅର୍ଥ ଓ ଯୌତୁକ ନେଇ ମୋର ଆଚରଣ କଣ ସମସ୍ତେ ଜାଣନ୍ତି । ସେପଟେ ବାହାଘର ପରେ ଶାଶୁଘର ଲୋକେ ୪୦ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି । ଶଶିଭୂଷଣଙ୍କ ପୁଅ ୪୦ ଲକ୍ଷ ମାଗି ମାରପିଟ କରୁଥିବା ଅଭିଯୋଗ କରିଛନ୍ତି । ୪୦ ଲକ୍ଷ ଦାବିରେ ଶାରୀରିକ ଓ ମାନସିକ ନିର୍ୟାତନା ଦେଉଥିବା ଏତଲାରେ କୁହାଯାଇଛି ।

ବୋହୂଙ୍କ ଏତଲା ଆଧାରରେ ମାମଲା ରୁଜୁ କରିଛି ବାଙ୍କି ଥାନା ପୋଲିସ । ଶଶିଭୂଷଣ, ପୁଅ ସତ୍ୟପ୍ରକାଶ, ପତ୍ନୀ ସୁପ୍ରଭାଙ୍କ ସହ ୫ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି । ଦଫା ୪୯୮(କ), ୨୯୪, ୫୦୬, ୩୪ ଆଇପିସିରେ ମାମଲା ରୁଜୁ କରାଯାଇଛି । ଯୌତୁକ ନିରୋଧ ଆଇନ ୧୯୬୧ର ସେକ୍ସନ ୪ ଅନୁସାରେ ମଧ୍ୟ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ