‘ବୋହୂଙ୍କ ଅଭିଯୋଗ ଭୀତ୍ତିହୀନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ଶଶିଭୂଷଣ ବେହେରାଙ୍କ ନାଁରେ ଏତଲା । ଶଶିଭୂଷଣ, ତାଙ୍କ ପୁଅ ଓ ପତ୍ନୀଙ୍କ ନାଁରେ ବାଙ୍କୀ ଥାନାରେ ଏତଲା ଦେଇଛନ୍ତି ବୋହୂ ରୋନାଲି ବେହେରା । ପ୍ରତିକ୍ରିୟାରେ ବୋହୂଙ୍କ ଅଭିଯୋଗକୁ ଭୀତ୍ତିହୀନ କହିଛନ୍ତି ଶଶିଭୂଷଣ । ପୁଅ-ବୋହୂ ଭିତରର କଥା, ମନୋମାଳିନ୍ୟ ଥାଇପାରେ । ଆମ ଘରେ ମାସେ ୧୧ ଦିନ ରହିବା ପରେ ବୋହୂ ତାଙ୍କ ଘରକୁ ଯାଇଛି । ନିଜେ ତାଙ୍କ ବାପା ଆସି ବୋହୂକୁ ଘରକୁ ନେଇ ଯାଇଥିବା କହିଛନ୍ତି ଶଶିଭୂଷଣ ।

ଯୌତୁକ ମାଗିବା କଥା ସଂପୂର୍ଣ୍ଣ ଭିତ୍ତିହୀନ’ । ଅର୍ଥ ଓ ଯୌତୁକ ନେଇ ମୋର ଆଚରଣ କଣ ସମସ୍ତେ ଜାଣନ୍ତି । ସେପଟେ ବାହାଘର ପରେ ଶାଶୁଘର ଲୋକେ ୪୦ ଲକ୍ଷ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି । ଶଶିଭୂଷଣଙ୍କ ପୁଅ ୪୦ ଲକ୍ଷ ମାଗି ମାରପିଟ କରୁଥିବା ଅଭିଯୋଗ କରିଛନ୍ତି । ୪୦ ଲକ୍ଷ ଦାବିରେ ଶାରୀରିକ ଓ ମାନସିକ ନିର୍ୟାତନା ଦେଉଥିବା ଏତଲାରେ କୁହାଯାଇଛି ।

ବୋହୂଙ୍କ ଏତଲା ଆଧାରରେ ମାମଲା ରୁଜୁ କରିଛି ବାଙ୍କି ଥାନା ପୋଲିସ । ଶଶିଭୂଷଣ, ପୁଅ ସତ୍ୟପ୍ରକାଶ, ପତ୍ନୀ ସୁପ୍ରଭାଙ୍କ ସହ ୫ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି । ଦଫା ୪୯୮(କ), ୨୯୪, ୫୦୬, ୩୪ ଆଇପିସିରେ ମାମଲା ରୁଜୁ କରାଯାଇଛି । ଯୌତୁକ ନିରୋଧ ଆଇନ ୧୯୬୧ର ସେକ୍ସନ ୪ ଅନୁସାରେ ମଧ୍ୟ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ