ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଦୀପତଳ ଅନ୍ଧାର

ମିଳିଲାନି ମହାପ୍ରୟାଣ ଗାଡ଼ି, ସାଇକେଲରେ ବୁହା ହେଲା ମୃତଦେହ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରୁ ଆସିଲା ହୃଦୟ ବିଦାରକ ଦୃଶ୍ୟ । ମିଳିଲାନି ମହାପ୍ରୟାଣ ଗାଡ଼ି, ସାଇକେଲରେ ବୁହା ହେଲା ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ । ମେଘଲା ଗାଁର ମହିଳା ରୁକ୍ମିଣୀ ସାହୁ ଅଂଶୁଘାତ ହେବାରୁ ଗାଁର ଜଣେ ବ୍ୟକ୍ତିଙ୍କ ସହ ବିନିକା ଡାକ୍ତରଖାନାକୁ ଚିକିତ୍ସିତ ହେବା ପାଇଁ ଆସିଥିଲେ। ଚିକିତ୍ସା ହେଉଥିବା ବେଳେ ତାଙ୍କ ମୃତ୍ୟୁ ଘଟିଥିଲା।

ଡାକ୍ତର ଅଂଶୁଘାତ ଜନିତ ମୃତ୍ୟୁ ରିପୋର୍ଟ ଦେଇଥିଲେ। ହେଲେ ଶବକୁ ତୁରନ୍ତ ନେବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷ କହିଥିଲେ । ଅନ୍ୟପଟେ ହସ୍ପିଟାଲରେ ମହାପ୍ରୟାଣ ଗାଡି ନମିଳିବାରୁ ସାଙ୍ଗରେ ଆସିଥିବା ବ୍ୟକ୍ତି କିଛି ଉପାୟ ନପାଇ ସାଇକେଲରେ ଶବକୁ ନେଇ ଯାଇଥିଲେ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନିଜ ଜିଲ୍ଲାର ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!