Masthead

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଦୀପତଳ ଅନ୍ଧାର

ମିଳିଲାନି ମହାପ୍ରୟାଣ ଗାଡ଼ି, ସାଇକେଲରେ ବୁହା ହେଲା ମୃତଦେହ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରୁ ଆସିଲା ହୃଦୟ ବିଦାରକ ଦୃଶ୍ୟ । ମିଳିଲାନି ମହାପ୍ରୟାଣ ଗାଡ଼ି, ସାଇକେଲରେ ବୁହା ହେଲା ମୃତଦେହ । ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ । ମେଘଲା ଗାଁର ମହିଳା ରୁକ୍ମିଣୀ ସାହୁ ଅଂଶୁଘାତ ହେବାରୁ ଗାଁର ଜଣେ ବ୍ୟକ୍ତିଙ୍କ ସହ ବିନିକା ଡାକ୍ତରଖାନାକୁ ଚିକିତ୍ସିତ ହେବା ପାଇଁ ଆସିଥିଲେ। ଚିକିତ୍ସା ହେଉଥିବା ବେଳେ ତାଙ୍କ ମୃତ୍ୟୁ ଘଟିଥିଲା।

ଡାକ୍ତର ଅଂଶୁଘାତ ଜନିତ ମୃତ୍ୟୁ ରିପୋର୍ଟ ଦେଇଥିଲେ। ହେଲେ ଶବକୁ ତୁରନ୍ତ ନେବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷ କହିଥିଲେ । ଅନ୍ୟପଟେ ହସ୍ପିଟାଲରେ ମହାପ୍ରୟାଣ ଗାଡି ନମିଳିବାରୁ ସାଙ୍ଗରେ ଆସିଥିବା ବ୍ୟକ୍ତି କିଛି ଉପାୟ ନପାଇ ସାଇକେଲରେ ଶବକୁ ନେଇ ଯାଇଥିଲେ । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନିଜ ଜିଲ୍ଲାର ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା