Masthead

ବନ୍ଦ ଘରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀରୁ ପୁଣି ମୃତଦେହ ଉଦ୍ଧାର। ଘାଟିକିଆ ଅଞ୍ଚଳରେ ଏକ ତାଲା ପଡ଼ିଥିବା ଘର ଭିତରୁ ପୋଲିସ ଆଜି ଜଣେ ପ୍ରଫେସରଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଉଛନ୍ତି ଭାଗବତ ପ୍ରସାଦ ରଥ ଏବଂ ସେ କୋରାପୁଟ ଜିଲ୍ଲାର ସୁନାବେଢ଼ା ବାସିନ୍ଦା। ଘାଟିକିଆରେ ଏକ ଭଡ଼ା ଘରେ ରହୁଥିଲେ। ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ପ୍ରଫେସର ଭାବରେ କାର୍ୟ୍ୟ କରୁଥିଲେ। ଗତ ଚାରିଦିନ ହେବ ତାଙ୍କ ଘର ଭିତରୁ ବନ୍ଦ ଥିଲା। ଘରୁ ଦୁର୍ଗନ୍ଧ ବାହାରିବାରୁ ପଡ଼ୋଶୀ ପୋଲିସକୁ ଜଣାଇଥିଲେ। ସେ କିଛିଦିନ ଧରି ନିଜ ଅନଲାଇନ୍ କ୍ଲାସ୍ ମଧ୍ୟ କରି ନ ଥିଲେ। ରଥଙ୍କ ପରିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ମୃତ୍ୟୁର କାରଣ ଖୋଜିବା ପାଇଁ ପୋଲିସ ତଦନ୍ତ ଆରମ୍ଭ କରିଛି। ପ୍ରାଥମିକ ସୂଚନାରୁ ରଥ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’