ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇ ନିଖୋଜ ଥିଲେ ଯୁବକ, କୂଅରୁ ମିଳିଲା ମୃତଦେହ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):  ବାହାଘର ଭୋଜି ଖାଇବାକୁ ଯାଇ ଯୁବକ ନିଖୋଜ । ମିଳିଲା ଯୁବକର ମୃତଦେହ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଫଟାମୁଣ୍ଡା ଗାଁର ଏକ କୂଅରୁ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣକ ଲୋଚନ ବରିହାଙ୍କ ପୁଅ ଉଜ୍ୱଳ ବରିହା । ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଏପରିକି ତାଙ୍କ ସାଙ୍ଗରେ ଭୋଜି ଖାଇଯାଇଥିବା ଲୋକେ ତାଙ୍କୁ ମାରି ଦେଇଥିବା ଅଭିଯୋଗ କରିଛନ୍ତି ମୃତ ଉଜ୍ୱଳଙ୍କ ବାପା । ଉଜ୍ୱଳ ବରିହା ଗତ ୬ ତାରିଖରେ ଗାଁ ନିକଟରେ ହେଉଥିବା ଏକ ବିବାହ ଉତ୍ସବକୁ ଯାଇଥିଲେ। ସେଠାରୁ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଚାରି ଆଡ଼େ ଖୋଜିବା ପରେ ବି ତାଙ୍କର କୌଣସି ସନ୍ଧାନ ପାଇ ନ ଥିଲେ।

ଏନେଇ ପରିବାର ପକ୍ଷରୁ ଥାନାରେ ପୋଲିସକୁ ଲିଖିତ ଅଭିଯୋଗ ହୋଇଥିଲା । ଆଜି ସକାଳୁ ଗାଁର ଏକ କୂଅରେ ଉଜ୍ୱଳର ମୃତଦେହ ଭାସୁଥିବା ଦେଖି ଗାଁଲୋକେ ଥାନାକୁ ଖବର ଦେଇଥିଲେ। ଖବର ପାଇ ଲରମ୍ଭା ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ । ଅନ୍ୟପଟେ ଉଜ୍ୱଳକୁ ତା ସାଙ୍ଗମାନେ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଘଟଣା ନେଇ କିଛି ଜାଣିନଥିବା କହିଛନ୍ତି ମୃତ ଉଜ୍ୱଳଙ୍କ ସାଙ୍ଗ । ସେପଟେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଥାନାରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ