ଝୁଲନ୍ତା ଶବ ଉଦ୍ଧାର

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ତାଳସରଡ଼ା ପଞ୍ଚାୟତ ମାନେଶ୍ୱର ଗାଁରୁ ଆସିଛି ଦୁଃଖଦ ଖବର । ବୁଧବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ବିଲ ନିକଟରେ ଥିବା ଗଛରୁ ଉଦ୍ଧାର କରାଯାଇଛି । ମୃତ ଯୁବକ କ ହେଲେ ତେଲିବନ୍ଧ ପଞ୍ଚାୟତ କମଳପୁର ଗାଁର ଶ୍ରବଣ ଉର୍ମା (୧୮) । ପୋଲିସ ଶବ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଦେଇଛି ।

ପାଲା ଶିଖିବା ଲାଗି ମାନେଶ୍ୱର ଗାଁର ହରିଜନସାହିରେ ରହୁଥିଲେ ଶ୍ରବଣ । ଆଜି ସକାଳେ ତାଙ୍କ ଝୁଲନ୍ତା ମୃତଦେହକୁ ଗାଁଲୋକେ ଦେଖିଥିଲେ । ପୋଲିସ ଖବର ପାଇ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଦେଇଛି । ପାରିପାର୍ଶିକ ସ୍ଥିତିରୁ ଶ୍ରବଣଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜାଣିପାରିଛି । କେହି ତାଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ଲାଗି ଟଙ୍ଗାଇ ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’