Masthead

ଝୁଲନ୍ତା ଶବ ଉଦ୍ଧାର

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ତାଳସରଡ଼ା ପଞ୍ଚାୟତ ମାନେଶ୍ୱର ଗାଁରୁ ଆସିଛି ଦୁଃଖଦ ଖବର । ବୁଧବାର ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ବିଲ ନିକଟରେ ଥିବା ଗଛରୁ ଉଦ୍ଧାର କରାଯାଇଛି । ମୃତ ଯୁବକ କ ହେଲେ ତେଲିବନ୍ଧ ପଞ୍ଚାୟତ କମଳପୁର ଗାଁର ଶ୍ରବଣ ଉର୍ମା (୧୮) । ପୋଲିସ ଶବ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଦେଇଛି ।

ପାଲା ଶିଖିବା ଲାଗି ମାନେଶ୍ୱର ଗାଁର ହରିଜନସାହିରେ ରହୁଥିଲେ ଶ୍ରବଣ । ଆଜି ସକାଳେ ତାଙ୍କ ଝୁଲନ୍ତା ମୃତଦେହକୁ ଗାଁଲୋକେ ଦେଖିଥିଲେ । ପୋଲିସ ଖବର ପାଇ ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଦେଇଛି । ପାରିପାର୍ଶିକ ସ୍ଥିତିରୁ ଶ୍ରବଣଙ୍କୁ ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜାଣିପାରିଛି । କେହି ତାଙ୍କୁ ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେବା ଲାଗି ଟଙ୍ଗାଇ ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ