Masthead

କେନାଲରେ ଭାସୁଛି ଅଜଣା ଶବ, ଉଦ୍ଧାରକଲେ ଅଗ୍ନିଶମ କର୍ମଚାରୀ

ଅତାବିରା (ବଡ଼ ଖବର ବ୍ୟୁରୋ): କନେଲରେ ଭାସୁଛି ଅଜଣା ଶବ । ବରଗଡ ଜିଲ୍ଲା ଅତାବିରା ଥାନା ଅଧିନ ଜହ୍ନାପଡା ଶାଖା କେନାଲରେ ଆଜି ସକାଳେ ଜଣେ ଅଜଣା ବ୍ୟକ୍ତିଙ୍କ ଶବ ଭାସୁଥିବା ଘଟଣା ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା । ଏ ନେଇ ସ୍ଥାନୀୟ ଲୋକେ ଅତାବିରା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଅତାବିରା ଥାନାଅଧିକାରୀ ସୁକୁମାର ତ୍ରିପାଠୀ, ଏସଆଇ ଲଲିତ ନାଗ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଅତାବିରା ଅଗ୍ନିଶମ କର୍ମଚାରୀମାନେ ପହଞ୍ଚି କେନାଲରୁ ଶବକୁ ଉଦ୍ଧାର କରିଛନ୍ତି । ଏଯାଏଁ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତବ୍ୟକ୍ତିଙ୍କ ମୃତ୍ୟୁ କିଭଳି ହେଲା ତାହା ମଧ୍ୟ ସ୍ୱଷ୍ଟ ହୋଇନାହିଁ । ଏନେଇ ଅତାବିରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ