Masthead

ଡାକ୍ତରଖାନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସୋର(ବଡ଼ ଖବର ବ୍ୟୁରୋ): ସୋର ଡାକ୍ତରଖାନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ନୂତନ ଭାବେ ନିର୍ମିତ ହୋଇଥିବା ମହିଳା ଓ ଶିଶୁ ସୁରକ୍ଷା ଗୃହର ପ୍ରଥମ ତାଲା ସିଡ଼ି ପାହାଚ ନିକଟରେ ଜଣେ ବ୍ୟକ୍ତି ବେକରେ ଗାମୁଛା ଦେଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସିଡି ପାହାଚରେ ଥିବା ଫାୟାର ରେଲିଂରେ ବେକରେ ଗାମୁଛା ଲଗାଇ ଝୁଲିଥିବା ଅବସ୍ଥା ରେ କିଛି ଲୋକ ଦେଖିଥିଲେ। ପରେ ଡାକ୍ତରଖାନା କର୍ତୃପକ୍ଷ ସୋର ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ବ୍ୟକ୍ତି ଜଣଙ୍କର ପରିଚୟ ମିଳିନଥିବା ବେଳେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାକୁ ନେଇ ସନେ୍ଦହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା