Masthead

ତିନିଦିନ ପରେ ନିଖୋଜ ଯୁବକଙ୍କ ଗଳିତଶବ ଉଦ୍ଧାର

ବାଲିଗୁଡା, (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜ଼ିଲ୍ଲା ସାରଙ୍ଗଗଡ଼ରେ ଚାଞ୍ଚଲ୍ୟ । ଗତ ୧୪ ତାରିଖରୁ ନିଖୋଜ ଯୁବକଙ୍କ ଗଳିତଶବକୁ ପୋଲିସ ଅଗ୍ନିଶମ ବାହିନୀ ସହାୟତାରେ କଲୋନୀ ସାହିର ଏକ ପରିତ୍ୟକ୍ତ କୂଅରୁ ଉଦ୍ଧାର କରିଛି । ଶବ ଉଦ୍ଧାର କରି ପୋଲିସ ଏହାର ତଦନ୍ତ ଚଳାଇଛି । ଘଟଣା ସ୍ଥଳରେ ଉଦୟଗିରି ଏସଡ଼ିପିଓ ଡ଼ି କେ ଆର ପଟ୍ଟନାୟକ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛନ୍ତି । ମୃତକ ଜଣକ ହେଲେ ବାହାଡାପଦାର ୨୧ ବର୍ଷୀୟ କଲେଜ ଛାତ୍ର ଶରଣପଞ୍ଜର ନାୟକ ବୋଲି ଜଣାପଡିଛି ।

ଗତ ୧୪ ତାରିଖ ଦିନ ଶରଣପଞ୍ଜରଙ୍କ ଜେଜେ ମାଆଙ୍କ ମୃତ୍ୟୁ ହୋଇଥିଲା । ଜେଜେମାଙ୍କ ଶବଦାହ କରିବାକୁ ଯାଇ ଆଉ ସେ ଘରକୁ ଫେରିନ ଥିଲେ ପରିବାର ଲୋକେ ବହୁ ଖୋଜାଖୋଜି ପରେ ସନ୍ଧାନ ନ ମିଳିବାରୁ ଏନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ । ଶୁକ୍ରବାର ସନ୍ଧ୍ୟାରେ ପରିବାର ଲୋକେ କୂଅରେ ଶବ ଭାସୁଥିବାର ଦେଖି ପୋଲିସକୁ ଖବର ଦେଇଥିଲେ । କଲୋନୀ ସାହିର ହରି ଶଙ୍କର ପାତ୍ରଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ପୋଲିସ ପ୍ରାଥମିକ ତଦନ୍ତରେ ଅନେକ ସୁରାକ ପାଇଥିବା ସୂଚନା ମିଳିଛି । ଏହି ହତ୍ୟାକାଣ୍ଡ ପ୍ରେମ ଜନିତବୋଲି ସାଧାରଣରେ ଅନୁମାନ କରାଯାଉଛି । କେଉଁଥି ପାଇଁ ଏହି ଘଟଣା ଘଟିଛି ତାହା ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଏବଂ ପୋଲିସର ଅଧିକ ତଦନ୍ତ ପରେ ସବୁକିଛି ସ୍ପଷ୍ଟହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ