Masthead

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ବଡ଼ ବଜାର ଥାନା ଅଞ୍ଚଳରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆସିକା-ବ୍ରହ୍ମପୁର ମୁଖ୍ୟରାସ୍ତାର ଫାଷ୍ଟଗେଟ୍ ଶ୍ରୀକ୍ଷେତ୍ର ବିହାର ଅଞ୍ଚଳରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ମୁହଁରେ ଗାଡ଼ି ଚଢ଼ିଯାଇଥିବାରୁ ଚିହ୍ନି ହେଉନାହିଁ । ଶୁକ୍ରବାର ଭୋର ସମୟରେ ସ୍ଥାନୀୟ ଲୋକେ ମୃତଦେହକୁ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇ ଦେଇଛି । ମଣ୍ଣିୱାର୍କ ଆସିଥିବା ସମୟରେ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି । ସେପଟେ କେହି ଦୁର୍ବୃତ୍ତ ହତ୍ୟା କରି ଦୁର୍ଘଟଣାର ରୂପ ଦେଇଥିବା ଚର୍ଚ୍ଚା ହେଉଛି । ପୋଲିସ ଘଟଣାର ତନାଘନା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ