ଡ୍ରଗ୍ସ ଦେଇ ନେଲେ ଜୀବନ

ଦଶରଥପୁର (ବଡ଼ ଖବର ବ୍ୟୁରୋ): ଡ୍ରଗ୍ସ ଦେଇ ନେଲେ ଜୀବନ । ଘରୁ ଡ଼ାକିନେଇ ଡ୍ରଗ୍ସ ଖୁଆଇ ହତ୍ୟା କରାଯାଇଥିବା ଅଭିଯୋଗ କଲେ ମୃତକଙ୍କ ପରିବାର । ଏଭଳି ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ପାଲଟପୁର ଗ୍ରାମରେ । ମୃତକ ହେଲେ ଗିରିଶ ବିହାରୀ ନାୟକଙ୍କ ପୁଅ ଶ୍ରବଣ କୁମାର ନାୟକ । ଆଜି ସକାଳେ ଚେତା ଶୂନ୍ୟ ଅବସ୍ଥାରେ ଘରେ ପଡିଥିଲେ ଶ୍ରବଣ । ଶ୍ରବଣଙ୍କୁ ପରିବାର ଲୋକେ ମଙ୍ଗଳପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।ରବିବାର ଶ୍ରବଣଙ୍କ ସାଙ୍ଗ ତାଙ୍କୁ ଘରୁ ଡ଼ାକିନେଇ ଅଧିକ ମାତ୍ରାରେ ଡ୍ରଗ୍ସ ଖୁଆଇଥିବାରୁ ତାଙ୍କର ମୃତ୍ୟ ହୋଇଥିବା ପରିବାର ପକ୍ଷରୁ ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ମଙ୍ଗଳପୁର ପୋଲିସ ପହଁଚି ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’