Masthead

ପିଟି ପିଟି ମାରିଲ , ଏବେ ଟଙ୍କା ଦିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ହାଜତ ମୃତ୍ୟୁ ଅଭିଯୋଗ ପ୍ରଶାସନକୁ ଅଡୁଆରେ ପକାଇଛି । ପୁରୀ ଘଟଣାକୁ ଏସପି ସ୍ୱୀକାର କରିଥିବା ବେଳେ ସୁନ୍ଦରଗଡ଼ ଘଟଣାକୁ ସେଠାକାର ଏସପି ମାନୁନାହାନ୍ତି । ଏସପିଙ୍କ ସ୍ୱୀକାରୋକ୍ତି ପରେ ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ଜଟିଳ ହେବାରେ ଲାଗିଛି । ତେବେ ପୋଲିସ ସଜାଗ ଥିବାରୁ ପରିସ୍ଥିତି ସମ୍ପୃର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ।

ହାଇାକୋର୍ଟରେ ପୁରୀ ଘଟଣାକୁ ନେଇ ଜନସ୍ୱାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି) ଓ ଜାତୀୟ ମାନବାଧିକାର କମିଶନ (ଏନଏଚଆରସି)ରେ ମଧ୍ୟ ମାମଲା ରୁଜୁ ହୋଇଛି ।

ପୁରୀ ଓ ବିରମିତ୍ରପୁର ହାଜତ ମୃତ୍ୟୁକୁ ନେଇ ଓଚଆରସିରେ ଦୁଇଟି ପୃଥକ ମାମଲା ରୁଜୁ ହୋଇଛି । ମାମଲା ରୁଜୁ କରିଛନ୍ତି ମାନବାଧିକାରକର୍ମୀ ପ୍ରବୀର ଦାସ । ପ୍ରତି ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତି ପୂରଣ ଦେବା ପାଇଁ ସେ ଅପିଲ୍ କରିଛନ୍ତି । ଓଏଚଆରସି ନିଜ ସଂସ୍ଥା ଦ୍ୱାରା ଦୁଇ ଘଟଣାର ତଦନ୍ତ ପାଇଁ ପ୍ରବୀର କମିଶନଙ୍କୁ ନିବେଦନ କରିଛନ୍ତି । ଦୋଷୀ ପୋଲିସ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ସେ ନିବେଦନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ