ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି ପାଇଛି । ଏଥିସହ ୯୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା ହେଇଛନ୍ତି ।
ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେଉଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ସେପଟେ ଆହତଙ୍କୁ ବାଲେଶ୍ୱର ,ଭଦ୍ରକର ଓ କଟକ ବ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ବେଳେ ମୃତକଙ୍କୁ ଗୋଟିଏ ସ୍ଥାନରେ ରଖାଯାଇଛି। ସ୍ୱେଚ୍ଛାସେବୀ, ସ୍ଥାନୀୟ ଲୋକଙ୍କ ସହ ପ୍ରଶାସନିକ ବିଭିନ୍ନ ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି ।