Masthead

ପୋଲରୁ ଡେଇଁ ଆତ୍ମହତ୍ୟା

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ବାରକୋଟ ଥାନା ନିକଟ ବ୍ରାହ୍ମଣୀ ପୋଲକୁ ଡେଇଁ ଜଣେ ଅଜଣା ବ୍ୟକ୍ତି ଆତ୍ମହତ୍ୟା କରିଥିବା ଜଣାପଡିଛି । ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଗୁରୁବାର ସନ୍ଧ୍ୟା ୬ଟା ସମୟରେ ବାରକୋଟ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଉପରେ ଥିବା ବ୍ରାହ୍ମଣୀ ନଈ ପୋଲରୁ ଜଣେ ଅଜଣା ବ୍ୟକ୍ତି ପାଣିକୁ ଡେଇଁ ପଡିଥିଲେ । କିଛି ବ୍ୟକ୍ତି ଏହା ଦେଖି ବାରକୋଟ ଥାନା ପୁଲିସକୁ ସୂଚନା ଦେଇଥିଲେ ।

ସୂଚନା ପାଇ ବାରକୋଟ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ଓ ନଦୀରେ ମାଛ ଧରିବାକୁ ଯାଇଥିବା କେତେକ ମାଛ ଧରାଳିଙ୍କ ସହାୟତାରେ ନଈରୁ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲେ। ସେଠାରୁ ତାଙ୍କୁ ଚିକିତ୍ସା ପାଇଁ ବାରକୋଟ ଡାକ୍ତରଖାନା ଆଣିଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବାରକୋଟ ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ