Masthead

ମମତାଙ୍କ ବିପକ୍ଷରେ ପ୍ରାର୍ଥୀ ଦେବନି କଂଗ୍ରେସ

କୋଲକାତା(ବଡ଼ ଖବର ବ୍ୟୁରୋ): ଆସନ୍ତା ୩୦ ତାରିଖରେ ପଶ୍ଚିମବଙ୍ଗରେ ଉପ-ନିର୍ବାଚନ ହେବାକୁ ଯାଉଛି । ଏହି ଉପ-ନିର୍ବାଚନରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭବାନୀପୁର ଆସନରୁ ଲଢିବେ । ଏ ନେଇ ସାରା ଦେଶର ନଜର ବର୍ତ୍ତମାନ ପଶ୍ଚିମବଙ୍ଗ ରାଜନୀତି ଉପରେ ରହିଛି । ଏହା ମଧ୍ୟରେ କଂଗ୍ରେସ ମୁଖ୍ୟମନ୍ତ୍ରୀ ମମତା ବାର୍ନାଜୀଙ୍କ ବିପକ୍ଷରେ କୌଣସି ପ୍ରାର୍ଥୀ ଦେବ ନାହିଁ ବୋଲି ସୂଚନା ମିଳିଛି ।

ଅପରପକ୍ଷେ ୨୦୧୧ ଏବଂ ୨୦୧୬ ମସିହା ବିଧାନସଭା ନିର୍ବାଚନରେ ଭବାନୀପୁରରୁ ମମତା ବାନାର୍ଜୀ ବିଜୟ ଲାଭ କରିଥିଲେ । ଏହା ସହ ଭବାନୀପୁର, ଶମଶେରଗଞ୍ଜ ଏବଂ ଜାଙ୍ଗିପୁର ଆସନରେ ଉପ ନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ ପକ୍ଷରୁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଭବାନୀପୁରରୁ ମମତା ବାର୍ନାଜୀ ଲଢୁଥିବା ବେଳେ ଜାଙ୍ଗିପୁରରୁ ଜାକିର ହୁସେନ ଏବଂ ଶାମଶେରଗଞ୍ଜରୁ ଅମିରୁଲ ଇସଲାମ ପ୍ରତିନ୍ଦ୍ୱତିତା କରିବେ ବୋଲି ସୂଚନା ମିଳିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ