ଉପସଭାପତି ପଦରୁ ଦେବାଶିଷଙ୍କ ଇସ୍ତଫା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡିକୁ ବଡ଼ ଝଟକା । ପଦ ଛାଡିଲେ ସାଂସଦ ଦେବାଶିଷ ସାମନ୍ତରାୟ। ବିଜେଡିର ସିନିୟର ସିଟିଜେନ୍‌ ସେଲ୍‌ ଉପସଭାପତି ପଦରୁ ଦେବାଶିଷ ଇସ୍ତଫା ଦେଇଛନ୍ତି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଦେବାଶିଷ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ପୂର୍ବରୁ ଦଳ ଉପରେ ଅସନ୍ତୋଷ ଥିଲେ। ଏବେ ଚର୍ଚ୍ଚା ହେଉଛି ଦେବାଶିଷଙ୍କ ଗତି କେଉଁଆଡେ ରହିବ। ତେବେ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଦେବାଶିଷ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଛନ୍ତି ଦେବାଶିଷ।

ନବୀନଙ୍କୁ ଲେଖଥିବା ଚିଠିରେ ଦେବାଶିଷ ସାମନ୍ତରାୟ କହିଛନ୍ତି, ଦଳର ପୁନର୍ଗଠନ ବେଳେ ତାଙ୍କୁ ସିନିୟର ସିଟିଜେନ୍ ସେଲର ଉପସଭାପତି ପଦ ଦିଆଯାଇଥିଲା । ହେଲେ ଏହି ଉପସଭାପତି ପଦର ରାଙ୍କ କଣ ସେ ଜାଣିପାରୁନଥିବା କହିଛନ୍ତି । ଏଭଳି ପଦ ଦିଆଯାଇ ତାଙ୍କୁ ଅପମାନିତ କରାଯାଇଥିବା ମଧ୍ୟ ଏହି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଦେବାଶିଷ ସାମନ୍ତରାୟ ।ଅନ୍ୟପଟେ ବିଜେଡି ସମ୍ପର୍କରେ ଏହି ଚିଠିରେ ଦେବାଶିଷ ଲେଖିଛନ୍ତି ଯେ, ବିଜେଡି ଗୋଟିଏ ନୂଆ ଚିନ୍ତାଧାରା ସହ ଆଗକୁ ବଢ଼ୁଛି । ଯାହାକୁ ନେଇ ସେ ନିରାଶ ଅଛନ୍ତି । ତେବେ ନବୀନ ହିଁ ହଜାର ହଜାର କର୍ମୀଙ୍କ ପାଇଁ ଏକମାତ୍ର ଆଶା ବୋଲି କହିଛନ୍ତି ଦେବାଶିଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ