Masthead

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ । ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଲେ ଦେବାଶିଷ , ମନମୋହନ ସାମଲ , ବିଜୟ ପାଲ ସିଂ ଏବଂ ତୋମାର ଉପସ୍ଥିତ । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ । ସେ ତାଙ୍କର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଥିଲେ । ପାର୍ଟି ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ିଥିଲେ । ଭାରତୀୟ ଜନତା ପାର୍ଟିରୁ ସବୁଜ ସଙ୍କେତ ଆସିବା ପରେ ବିଜେଡି ଛାଡ଼ିଥିଲେ ।

ବିଜେପିରେ ସାମିଲ୍ ହେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ଦେବାଶିଷ ସାମନ୍ତରାୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ବ ଓ କାର୍ଯ୍ୟରେ ପ୍ରଭାବିତ ହୋଇ ମୁଁ ବିଜେପିରେ ସାମିଲ ହୋଇଛି । ପିଏମ୍ ନରେନ୍ଦ୍ର ମୋଦିଙ୍କ ଭିଜନରେ ଓଡ଼ିଶା ବିକଶିତ ହେଉଛି । ତେଣୁ ଗୁଣ୍ଡୁଚି ମୂଷା ଭଳି ଦଳ ପାଇଁ କାର୍ଯ୍ୟ କରିବି । ଏ ସୁଯୋଗ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଶାରେ ବିଜେପି ପାଇଁ ବହୁତ କାମ କରିବି, ଦଳକୁ ଆହୁରି ସୁଦୃଢ଼ କରିବି ବୋଲି ଦେବାଶିଷ ସାମନ୍ତରାୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର