Masthead

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ । ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବରେ ବିଜେପିରେ ଯୋଗ ଦେଲେ ଦେବାଶିଷ , ମନମୋହନ ସାମଲ , ବିଜୟ ପାଲ ସିଂ ଏବଂ ତୋମାର ଉପସ୍ଥିତ । ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଦେବାଶିଷ ସାମନ୍ତରାୟ । ସେ ତାଙ୍କର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଥିଲେ । ପାର୍ଟି ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ିଥିଲେ । ଭାରତୀୟ ଜନତା ପାର୍ଟିରୁ ସବୁଜ ସଙ୍କେତ ଆସିବା ପରେ ବିଜେଡି ଛାଡ଼ିଥିଲେ ।

ବିଜେପିରେ ସାମିଲ୍ ହେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି ଦେବାଶିଷ ସାମନ୍ତରାୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ବ ଓ କାର୍ଯ୍ୟରେ ପ୍ରଭାବିତ ହୋଇ ମୁଁ ବିଜେପିରେ ସାମିଲ ହୋଇଛି । ପିଏମ୍ ନରେନ୍ଦ୍ର ମୋଦିଙ୍କ ଭିଜନରେ ଓଡ଼ିଶା ବିକଶିତ ହେଉଛି । ତେଣୁ ଗୁଣ୍ଡୁଚି ମୂଷା ଭଳି ଦଳ ପାଇଁ କାର୍ଯ୍ୟ କରିବି । ଏ ସୁଯୋଗ ପ୍ରଧାନମନ୍ତ୍ରୀ ମୋଦି ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡ଼ିଶାରେ ବିଜେପି ପାଇଁ ବହୁତ କାମ କରିବି, ଦଳକୁ ଆହୁରି ସୁଦୃଢ଼ କରିବି ବୋଲି ଦେବାଶିଷ ସାମନ୍ତରାୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!